17 Oct 2026, Sat

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା । ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡିଶାରେ ଲଗାଣ ବର୍ଷାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏହି ଲଘୁଚାପ ଆସନ୍ତାକାଲି ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଫଳରେ ଲଘୁଚାପ ପ୍ରଭାବରେ ଆଜିଠୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାସହ ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଲଘୁଚାପ ପ୍ରଭାବରେ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଥିବା ବେଳେ ୨୦ ଜିଲ୍ଲାକୁ ଆଲର୍ଟ ଜାରି କରିଛି। ପ୍ରାୟତଃ ଏହି ସମୟରେ କୋହଲା ପବନ ବହିପାରେ ବୋଲି ଅନୁମାନ କରାଯାଉଛି । ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ଆକଳନ କରାଯାଇଛି ।

ଆସନ୍ତା ୨୪ ରୁ ୨୬ ତାରିଖ ଯାଏଁ ଲଗାଣ ବର୍ଷା ଦେଖିବାକୁ ମିଳିବ । ଏଥି ସହ ବିଜୁଳି, ଘଡଘଡି ଓ ଝଟକା ପବନ ପାଇଁ ଚାଷୀଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଳାରେ ବର୍ଷା ହେବାର ସମ୍ଭାବନା ରହିଛି ।

ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ଆସନ୍ତାକାଲି ଓ ୨୩ ତାରିଖରେ ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *