17 Oct 2026, Sat

ଆଜି ୧୮ତମ ରୋଜଗାର ମେଳା । ଦେଶର ୪୫ ଟି ସ୍ଥାନରେ ଆୟୋଜିତ ହେଉଛି ଏହି କାର୍ଯ୍ୟକ୍ରମ। ଏଥିରେ ନିଯୁକ୍ତି ପତ୍ର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସକାଳ ୧୧ ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାରେ ବିଭିନ୍ନ ସରକାରୀ ବିଭାଗରେ ନବନିଯୁକ୍ତ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ । ୬୧ ହଜାରରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିବେ ପିଏମ। ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ତେବେ ବର୍ତ୍ତମାନ ସୁଦ୍ଧା ୧୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ନିଯୁକ୍ତି ମେଳା ମାଧ୍ୟମରେ ପ୍ରଦାନ କରାଗଲାଣି। ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେଉଛନ୍ତି କେନ୍ଦ୍ର ସରକାର ।

ରୋଜଗାର ମେଳା ଯୁବପିଢ଼ିକୁ ସଶକ୍ତ କରିବା ସହ ରାଷ୍ଟ୍ର ନିର୍ମାଣରେ ସେମାନଙ୍କ ଭାଗିଦାରୀ ସକାଶେ ସାର୍ଥକ ଅବସର ପ୍ରଦାନ କରିବା ପାଇଁ ଏକ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଦେଶବ୍ୟାପୀ ରୋଜଗାର ମେଳା ମାଧ୍ୟମରେ ଏପର୍ଯ୍ୟନ୍ତ ୧୧ ଲକ୍ଷରୁ ଅଧିକ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି । ଦେଶବ୍ୟାପୀ ଚୟନ ହୋଇଥିବା ଏହି ନୂତନ କର୍ମଚାରୀମାନେ ରେଳ ମନ୍ତ୍ରଣାଳୟ, ଗୃହ ମନ୍ତ୍ରଣାଳୟ, ଡାକ ବିଭାଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଅର୍ଥ ସେବା ବିଭାଗ, ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ସହିତ ଅନ୍ୟ ବିଭାଗ ଏବଂ ମନ୍ତ୍ରଣାଳୟ ଗୁଡ଼ିକରେ ଯୋଗଦେବେ ।

Leave a Reply

Your email address will not be published. Required fields are marked *