17 Oct 2026, Sat

ଆସନ୍ତା ୨୪ ଘଣ୍ଟାରେ ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ , ବରଗଡ଼,ସମ୍ବଲପୁର,ଦେଓଗଡ,ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ।  ଆସନ୍ତା କାଲି ଠାରୁ ଓଡ଼ିଶାରେ ବର୍ଷା ଆହୁରି ବଢ଼ିବ। ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ରାୟଗଡ଼ା, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଆସନ୍ତା ୮ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷା ହୋଇପାରେ। ଉତ୍ତର ଓଡ଼ିଶା,ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆଗକୁ ସପ୍ତାହ ଯାଏ ପ୍ରବଳ ବର୍ଷା ଥିବାରୁ ସବୁ ଜିଲ୍ଲାପାଳ ଓ ବିଭିନ୍ନ ବିଭାଗକୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।

କେବଳ ଓଡ଼ିଶା ନୁହେଁ,୮ ତାରିଖ ଯାଏ ଛତିଶଗଡ଼ରେ ବି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି। ୪ରୁ ୮ ତାରିଖ ଛତିଶଗଡ଼ର ବିସ୍ତୃତ ଅଞ୍ଚଳରେ ଭୀଷଣ ବର୍ଷା ହୋଇପାରେ। ଉପରମୁଣ୍ଡରେ ଲଗାଣ ବର୍ଷା ହେଲେ ମହାନଦୀ ଜଳସ୍ତର ପୁଣି ବଢ଼ିପାରେ। ଏଥିପାଇଁ ସତର୍କ ରହି ଆଗୁଆ ପ୍ରସ୍ତୁତି କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଅଛି।

 

Leave a Reply

Your email address will not be published. Required fields are marked *