17 Oct 2026, Sat
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟ ତମାମ ଜାରି ରହିଛି ପ୍ରବଳ ବର୍ଷା । ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ସେହି ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କିମି ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଦକ୍ଷିଣ ପଶ୍ଚିମ ଆଡକୁ ଢଳି ରହିଛି ।

ଏହାର ପ୍ରଭାବରେ ଆହୁରି ୨୪ ଘଣ୍ଟାରେ ରାଜ୍ୟରେ ଅତି ପ୍ରବଳ ବର୍ଷା ସହ ୭ ଦିନ ଯାଏ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାରେ ବର୍ଷାର ବିଶେଷ ପ୍ରଭାବ ରହିବ । ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବର୍ଷା ଚେତାବନୀ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବରଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୯ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୭ ଜିଲ୍ଲାରେ ବିଜୁଳି ଘଡ଼ିଘଡ଼ି ସହ ୩୦ ରୁ ୪୦ କିମି ଝଟକା ପବନ ସମ୍ଭାବନାକୁ ନେଇ ଚେତାବନୀ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *