17 Oct 2026, Sat

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ।

ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ମୁହାଁ ୱେଲ୍‌ମାର୍କଡ୍ ଲୋ-ପ୍ରେସର୍। ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟରୁ ବିଦାୟ ନେଇସାରିଥିଲେ ବି ଆହୁରି ସପ୍ତାହେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଉଭୟ ଲଘୁଚାପ ମିଶି ବାତ୍ୟା ଆଶଙ୍କା ସୃଷ୍ଟି କରୁଥିବା ବେଳେ ଏଯାଏଁ ପାଣିପାଗ ବିଜ୍ଞାନୀମାନେ ବାତ୍ୟାକୁ ନେଇ କୌଣସି ଆକଳନ କରିନାହାନ୍ତି।

ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବ। ଏହି ଅବପାତ ଯୋଗୁଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୨୫ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡ଼ି ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଆସନ୍ତା ୨୬ କିମ୍ବା ୨୭ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛନ୍ତି ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ଶରତ ସାହୁ। ଏଥିସହ ଆସନ୍ତା ୨୯ କିମ୍ବା ୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ତୃତୀୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆକଳନ କରାଯାଉଛି। ତେବେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇନପାରେ। ଏ ପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ପାଣିପାଗ ବିଶେଷଜ୍ଞ। ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *