17 Oct 2026, Sat

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ୪ ଲକ୍ଷ ୫୭ ହଜାର ୬୮୧ ଜଣ ମହିଳା ପାଇବେ ସୁଭଦ୍ରା ଟଙ୍କା । ନୂଆ ୧ ଲକ୍ଷ ୭୮ ହଜାର ୩୯୮ ନୂଆ ହିତାଧୀକାରୀଙ୍କୁ ମିଳିବ ୫ ହଜାର । ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣ ପୁଣି ଥରେ ସାମିଲ୍ ।

ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇବେ ଦୁଇଟି କିସ୍ତି । ସେହିପରି ଅଭିଯୋଗ ଶୁଣାଣି ରେ ୨୪ହଜାର ୧୮ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି । ୨୫୦ କୋଟି ଟଙ୍କାର ସମାହାୟତା ରାଶି ଖାତାକୁ ଯିବ ।

ସୂଚନା ଥାଉକି, ଗତ ନଭେମ୍ୱର ମାସରେ ଆରମ୍ଭ ହୋଇଥିଲା ଆବେଦନ ପ୍ରକ୍ରିୟା । ବହୁ ଦିନରୁ ସ୍ଥଗିତ ଥିବା ସୁଭଦ୍ରା ପୋର୍ଟାଲ ବି ଖୋଲିଥିଲା । ୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳା ମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ ସୂଚନା ମିଳିଥିଲା ।

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ବଡ଼ ଖବର । ୬୦ ବର୍ଷ ହୋଇଥିବା ହିତାଧିକାରୀଙ୍କୁ ମିଳିବ ପେନସନ । ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ, ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି।

୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ସୁଭଦ୍ରା ହିତାଧିକାରୀ ଏମବିପିୱାଇ/ଏନଏସଏପି ଅନ୍ତର୍ଗତ ଯେକୌଣସି ସାମାଜିକ ସୁରକ୍ଷା ପେନସନ ପାଇଁ ଆବେଦନ କରିପାରିବେ, କିନ୍ତୁ ପେନସନ ମଞ୍ଜୁରୀ ସମ୍ପୃକ୍ତ ଯୋଜନା ନିର୍ଦ୍ଦେଶାବଳୀ ଅନୁଯାୟୀ ସମସ୍ତ ଯୋଗ୍ୟତା ମାନଦଣ୍ଡ ପୂରଣ କରିବା ଜରୁରୀ। ଏହା ସହିତ ଏହି ବ୍ୟବସ୍ଥା ଉପଲବ୍ଧତା ଉପରେ ନିର୍ଭର କରିବ।

Leave a Reply

Your email address will not be published. Required fields are marked *